ଭବାନୀପାଟଣା ବ୍ଲକରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ

ଓଡ଼ିଆ ବାର୍ତ୍ତା କଳାହାଣ୍ଡି (ନିଲେଶ କୁମାର ନାଗ): ଭବାନୀପାଟଣା ସ୍ଥିତ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଭବାନୀପାଟଣା ପକ୍ଷରୁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିରେ ଗଣିତ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ଆଧାରିତ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ସର୍ବକନିଷ୍ଠ, କନିଷ୍ଠ ଓ ବରିଷ୍ଠ ବିଭାଗରେ ଏହା ଆୟୋଜିତ ହୋଇଥିବା ବେଳେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ପ୍ରତିଯୋଗିତା ପରେ କୃତୀ ପ୍ରତିଯୋଗୀଙ୍କ ସମେତ ସମସ୍ତ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

Omkar Vasthu
Omkar Vasthu

ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ, ବ୍ରଜମୋହନ ହାଇସ୍କୁଲ ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର, ଭବାନୀପାଟଣା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟ କୁମାର ମାଝୀ ଓ ହୃଷୀକେଶ ନାଏକ, ଶଗଡା ହାଇସ୍କୁଲ ପ୍ରଧାନଶିକ୍ଷକ ସୁକାନ୍ତ ସାହୁ, ବୋର୍ଡା ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରକାଶ ନିଶଙ୍କ, ତିଲଯୋଡ଼ି ହାଇସ୍କୁଲ ପ୍ରଧାନଶିକ୍ଷକ ବିଜୟାନନ୍ଦ ହୋତା ଯୋଗ ଦେଇଥିବା ବେଳେ ଭବାନୀପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆଚାରୀ ଶବର ସଭାପତିତ୍ବ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଦେପୁର ସିଆରସିସି ଡିଲେଶ୍ୱର ରଣା। ଏଥିରେ ଭବାନୀପାଟଣା ବ୍ଲକର ସମସ୍ତ ସିଆରସିସି, ପ୍ରଧାନଶିକ୍ଷକ, ଶିକ୍ଷକ ଶିକ୍ଷୟତ୍ରୀ ତଥା ଆୟୋଜନ କମିଟିର ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.