ଗଣେଶ ପୂଜା ନିମନ୍ତେ ବାଲେଶ୍ୱର ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହେଲା ଶାନ୍ତି କମିଟି ବୈଠକ

ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ଆସନ୍ତା ଗଣେଶ ପୂଜାକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଶାନ୍ତି କମିଟି ବୈଠକ ଆଜି ଅପରାହ୍ନ ୫ ଘଟିକା ସମୟରେ ସ୍ଥାନୀୟ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବାଲେଶ୍ଵର ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସଦର ବିଧାୟକ ଶ୍ରୀ ମାନସ ଦତ୍ତ, ମାନ୍ୟବର ଅଧ୍ୟକ୍ଷ, ଜିଲ୍ଲାପରିଷଦ ଶ୍ରୀ ନାରାୟଣ ପ୍ରଧାନ, ମାନନୀୟା ଅଧ୍ୟକ୍ଷା, ବାଲେଶ୍ୱର ପୌରପାଳିକା ଶ୍ରୀମତୀ ସବିତା ସାହୁ, ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ନିରଞ୍ଜନ ବେହେରା, ଉପଜିଲ୍ଲାପାଳ ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେସିର୍କେ, ଜିଲ୍ଲା ମୁଖ୍ୟ ଚିକିତ୍ସ୍ୟା ଅଧିକାରୀ ଡ଼ ଦୁଲାଳସେନ ଜଗତ ଦେଓଙ୍କ ସମେତ ବିଭିନ୍ନ ପୂଜା କମିଟିର ସଦସ୍ୟ, ପୋଲିସ, ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାରେ କିଭଳି ସୁରୁଖୁରୁରେ ଗଣେଶ ପୂଜା ଆୟୋଜିତ ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ ।

Omkar Vasthu
Omkar Vasthu

ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ସୁଧାକର ନାୟକ ପୂର୍ବ ବର୍ଷର ବିବରଣୀ ପାଠ କରିବା ସହିତ ବିଭିନ୍ନ ନିୟମାବଳୀ ସମ୍ପର୍କରେ ଗୃହକୁ ସୂଚନା ଦେଇଥିଲେ । ସେପ୍ଟେମ୍ବର ୭ ତାରିଖ ଦିନ ପାଳନ ହେବାକୁ ଥିବା ଗଣେଶ ପୂଜା ଲାଗି ବାଲେଶ୍ୱର ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଇନଶୃଙ୍ଖଳା ଏବଂ ଟ୍ରାଫିକ ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବ୍ଲୁପ୍ରିଂଟ ତିଆରି କରାଯିବା ସହିତ ସେପ୍ଟେମ୍ବର ୯, ୧୧ ଓ ୧୪ ତାରିଖ ଦିନ ଭଷାଣି ଯାତ୍ରା ପାଇଁ ଧାର୍ଯ୍ୟ କରାଯାଇଛି ।

Pearl dental clinic
Near Ashish Medical Store, Bhawanipatna

ପୂଜା ମଣ୍ଡପ ଓ ଭସାଣି ବେଳେ ବଫର ଓ ଲେଜର ଲାଇଟ୍ ଉପରେ କଟକଣା ଲଗାଯାଇଛି। ଶବ୍ଦର ତୀବ୍ରତା ୬୫ଡେସିବଲ ମଧ୍ୟରେ ସୀମିତ ରହିବ ଏବଂ ଏହାର ଉଲ୍ଲଙ୍ଘନ ହେଲେ ଆଇନ ଅନୁଯାୟୀ ପଦେକ୍ଷପ ନିଆଯିବ। ଏହି ପରିପ୍ରେକ୍ଷୀରେ ପାରମ୍ପରିକ ବାଦ୍ୟ ଓ ସଙ୍ଗୀତକୁ ପ୍ରୋତ୍ସାହିତ କରିବା ପାଇଁ ମଞ୍ଚସ୍ଥ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ମାନେ ଅନୁରୋଧ କରିଥିଲେ। ତୀକ୍ଷ୍ଣ ଧାରଯୁକ୍ତ ଖଣ୍ଡା, ଅସ୍ତ୍ରଶସ୍ତ୍ର ବ୍ୟବହାର ଓ ଆତସବାଜି ନ ହୁଏ ସେଥିପାଇଁ କମିଟିଗୁଡିକ ଯତ୍ନବାନ ହେବା ସହ ପୋଲିସ ତନଖି କରିବାକୁ ମତପ୍ରକାଶ ପାଇଥିଲା। ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସମସ୍ତ କଟକଣାକୁ ମଧ୍ୟ ପୂଜା କମିଟିମାନଙ୍କୁ ମାନିବାକୁ ପଡିବ। ସରକାରୀ ନିୟମାବଳୀର କିଭଳି ପାଳନ ହୋଇପାରିବ ତାହାର ସମ୍ପୂର୍ଣ୍ଣ ଦାୟିତ୍ୱ ପୂଜା କମିଟିମାନେ ନେବେ। ସମସ୍ତ ନୀତି ନିୟମ ମଧ୍ୟରେ ରହି ଗଣେଶ ପୂଜା ପାଳନ ନିମନ୍ତେ ଉପସ୍ଥିତ ପୂଜା କମିଟି ସଦସ୍ୟମାନଙ୍କୁ ଜିଲ୍ଲାପାଳ ଶ୍ରୀ ବିକାଶ ପରାମର୍ଶ ଦେବା ସହ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.