ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଛନ୍ତି। ୨୪ ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ଫଇସଲା ହୋଇଥିଲା। ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
ସୋନପୁର ବିଡିଓ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଜିଲ୍ଲା ବନାଞ୍ଚଳ ଅଧିକାରୀ ମଦନଲାଲ ଶର୍ମା, ସିଡିଏମଓ ଡା ଦୁର୍ଗାଦତ୍ତ ଦାସ, ଉପଜିଲ୍ଲାପାଳ ସୋନପୁର ସୂରଜ କୁମାର ପଟ୍ଟନାୟକ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଜିଲ୍ଲା କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ଆରଡି ଶ୍ରୀ ରେଡ୍ଡୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ନିର୍ବାହୀ ଯନ୍ତ୍ରୀ ପି ଏଚଡି, ଏ.କେ.ମୂର୍ତ୍ତୀ ତହସିଲଦାର ସୋନପୁର ସୌମ୍ୟାରୂପା ରଥ, ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ, ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।