ଫୋନ କରି ଶୁଭେଚ୍ଛା ଜଣାଇଲେ ବିଧାୟିକା ମନୋରମା ମହାନ୍ତି ଓ ଗୋଷ୍ଠି ଉନ୍ନୟନ ଅଧିକାରୀ ରିପୁନାଥ ସୁନା
ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ଆୱାର୍ଡ଼ ଗ୍ରହଣ କଲେ ନର୍ଲାରୋଡ଼ ଜୟଦୁର୍ଗା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର। ଏହି ଖବର ଜଣା ପଡ଼ିବା ପରେ ନର୍ଲା ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଥିବାବେଳେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏଠାରେ ପ୍ରକାଶ ଯୋଗ୍ୟ ଯେ ଚଳିତ ବର୍ଷ ଜାତୀୟ ପୁରସ୍କାର ପାଇଁ ଓଡ଼ିଶାରୁ ଦୁଇଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ଜୟଦୁର୍ଗା ହାଇସ୍କୁଲ ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର। ଆଜି ଦେଶର ବିଭିନ୍ନ ପ୍ରଦେଶରୁ ୫୦ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୪ ପ୍ରଦାନ କରିଛନ୍ତି ମହାମହିମ ରାଷ୍ଟ୍ରପତି।
ନର୍ଲାରୋଡ଼ ଜୟଦୁର୍ଗା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଜଣେ ସର୍ବୋତ୍ତମ ଶିକ୍ଷକ ଭାବରେ ଜାତୀୟ ପୁରସ୍କାର ପାଇ ନର୍ଲା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ତାଙ୍କ ପାଇଁ ଆମେ ଗର୍ବିତ ବୋଲି ନର୍ଲା ବିଧାୟିକା ମନୋରମା ମହାନ୍ତି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିବା ସହ ତାଙ୍କୁ ଅଜସ୍ର ଶୁଭେଚ୍ଛା ଜଣାଇଛନ୍ତି। ସେହିଭଳି ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି, ନର୍ଲା ବିଡିଓ ରିପୁନାଥ ସୁନା, ବ୍ଲକ ଶିକ୍ଷାଧିକାରୀ ତପିମଣି ଜାନୀ, ଷ୍ଟେଟ ବ୍ୟାଙ୍କ ଭବାନୀପାଟଣା ଆଞ୍ଚଳିକ ପ୍ରବନ୍ଧକ (ଆରଏମ)ଗଙ୍ଗାଧର ପଟ୍ଟାୟକ, ନର୍ଲା ଏସବିଆଇ ଶାଖା ପରିଚାଳକ ସୌମ୍ୟକାନ୍ତ ସ୍ୱାଇଁ, ନର୍ଲା ବ୍ରାହ୍ମଣ ସମାଜ ସଭାପତି ବଦ୍ରୀପ୍ରସାଦ ମିଶ୍ର, ଉପସଭାପତି ଦେବପ୍ରସାଦ ଷଡ଼ଙ୍ଗୀ, ସାଧାରଣ ସମ୍ପାଦକ କିଶୋର ଚନ୍ଦ୍ର ତ୍ରିପାଠୀ, ସର୍ଗିଗୁଡା ବ୍ରାହ୍ମଣ ସମାଜର ସଭାପତି କୁମୁଦ ଚନ୍ଦ୍ର ପଣ୍ଡା, ସାଧାରଣ ସମ୍ପାଦକ ଲିଙ୍ଗରାଜ ମିଶ୍ର, ଜିଲ୍ଲା ସାଧାରଣ ସମ୍ପାଦକ ସତ୍ୟନାରାୟଣ ମହାପାତ୍ର, ନର୍ଲା ହାଇସ୍କୁଲ ର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ଚାନ୍ଦ, ପ୍ରଧାନ ଶିକ୍ଷୟତ୍ରୀ ଅର୍ଚ୍ଚନା ଦାସ, ନର୍ଲାରୋଡ ଜୟଦୁର୍ଗା ହାଇସ୍କୁଲ ର ସମସ୍ତ ଷ୍ଟାଫ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଉତ୍ତୋରତ୍ତର ଉନ୍ନତି କାମନା କରିଛନ୍ତି।