ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ କଦମ୍ବଗୁଡା ପଞ୍ଚାୟତ ସ୍ଥିତ ରେଢ଼ାପଦର ଗ୍ରାମର ଜଣେ ବ୍ୟକ୍ତି ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିଙ୍କ ନାମ ଶଙ୍କର ଭୋଇ ବୋଲି ଜଣାପଡ଼ିଛି। ସକାଳୁ ଶଙ୍କର ନିଜ ଚାଷ ଜମିକୁ ପାଣି ମଡ଼େଇବା ପାଇଁ ଯାଇଥିବାବେଳେ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭବାନୀପାଟଣା ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଶଙ୍କରଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ଗୁରୁତର ଥିବା ଜଣାପଡ଼ିଛି।