ବିଶ୍ୱନାଥପୁରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଭୁବନେଶ୍ଵର ଜନତା ମଇଦାନରେ ସ୍ବତନ୍ତ୍ର ଉତ୍ସବରେ ବଟନ ଟିପି ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

Omkar Vasthu
Omkar Vasthu

ଏଯାଏଁ ସୁଭଦ୍ରା ଯୋଜନାରେ ପଞ୍ଜୀକୃତ କରିଛନ୍ତି ୭୨ ଲକ୍ଷ ମହିଳା। ସେମାନଙ୍କ ମଧ୍ୟରୁ ୨୫ ଲକ୍ଷ ହିତାଧିକାରୀଙ୍କୁ ଆଜି ଟଙ୍କା ପ୍ରଦାନ କରାଯାଇଛି। ତେବେ ଆଜି ଭର୍ଚୁଆଲ ମାଧ୍ୟମରେ ୧ କୋଟିରୁ ଅଧିକ ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।ଆଜି ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ଵନାଥପୁର ଗୋପବନ୍ଧୁ ହାଇସ୍କୁଲ ପଡ଼ିଆ ଠାରେ ଘରେ ଘରେ ସୁଭଦ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଲାଞ୍ଜିଗଡ଼ ବିଡ଼ିଓ ଶଶାଙ୍କ ପାତ୍ରଙ୍କ ଅଧକ୍ଷ୍ୟତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ପିଆଇଟିଡ଼ଏ ରାମକୃଷ୍ଣ ଗଣ୍ଡ,ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାଏକ,ସହକାରୀ ଯନ୍ତ୍ରୀ ସାଲଖୁ ହେମ୍ରମ ପ୍ରମୁଖ ଯୋଗଦେଇଥିଲେ। ଏଥିରେ ବ୍ଲକ ଅଞ୍ଚଳର ଦୁଇ ହଜାରରୁ ଊର୍ଦ୍ଧ୍ବ ମହିଳା ଯୋଗଦେଇ ଥିଲେ। କାର୍ଯ୍ୟକ୍ରମକୁ ସାମ୍ବାଦିକ ଗୋପାଳ ଦାସ ମହାନନ୍ଦ ପରିଚାଳନା କରିଥିବାବେଳେ ମିଶନ ଶକ୍ତି ବିପିସି ଜାବେଦ୍ ଇକୱାଲ୍ ଖାଁନ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.