ବାଲେଶ୍ୱର ଠାରେ ବିକାଶ ମେଳା ଆୟୋଜନ ଓ ସୁପରିଚାଳନା ନିମନ୍ତେ ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ବୈଠକ

ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱରରେ ଆଗାମୀ ୨୨ ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବିକାଶ ମେଳାର ଆୟୋଜନ ଓ ସୁପରିଚାଳନା ନିମନ୍ତେ ଆଜି ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ୱରଞ୍ଜନ ନାୟକଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିକାଶ ମେଳାକୁ ସଫଳ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁଚିନ୍ତିତ ଯୋଜନା ଏବଂ ନିରବଚ୍ଛିନ୍ନ ସମନ୍ୱୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।

Omkar Vasthu
Omkar Vasthu

ଭିତ୍ତିଭୂମି, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ ପରିଚାଳନା ଏବଂ ଜନସାଧାରଣଙ୍କ ସୁବିଧା ଉପରେ ଆଲୋଚନା କରାଯାଇଥିଲା। ସେହି ଭଳି ଭିଡ଼ ନିୟନ୍ତ୍ରଣ, ସୁରକ୍ଷା ନିୟମାବଳୀ, ଜରୁରୀକାଳୀନ ଚିକିତ୍ସା ଏବଂ ସେବା ଉପରେ ବିଶେଷ ଆଲୋଚନା କରାଯାଇଥିଲା। ସମସ୍ତ ବିଭାଗର ସାମୁହିକ ଉଦ୍ୟମ ଫଳରେ ବିକାଶ ମେଳା ସଫଳ ହେବା ସହ ବାଲେଶ୍ୱରର ଜନସାଧାରଙ୍କ ପାଇଁ ଏକ ସ୍ମରଣୀୟ ଅନୁଭୂତି ହୋଇପାରିବ ବୋଲି ଶ୍ରୀ ନାୟକ ଦୃଢୋକ୍ତି ପ୍ରକାଶ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.