ଜିଲ୍ଲା ସ୍ତରୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୦ମ ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୪’ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ଭବାନୀପାଟଣା ସହର ସ୍ଥିତ ବ୍ରଜମୋହନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଓଡିଶା ଆଦର୍ଶ ବିଦ୍ୟାଳୟର ୧୦ମ ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୪’ ଓ.ଏ.ଭି. କଳାହାଣ୍ଡି ନୋଡାଲ ଅଧକ୍ଷ ଡ. ନୀଳମାଧବ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ମହା ଆଡମ୍ୱରରେ ଅନୁଷ୍ଠିତ ହୋଇଯାଇଛି। 

Omkar Vasthu
Omkar Vasthu

ଉଦଘାଟନୀ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର୍ ସଭାପତିତ୍ବ କରିଥିବାବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୱାନ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ସାହୁ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ, ଡ. ନୀଳମାଧବ ପଟ୍ଟନାୟକ, ଓ.ଏ.ଭି. ମ.ରାମପୁର ଅଧକ୍ଷ ସଞ୍ଜୟ କୁମାର ଦାସ ଓ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର ପ୍ରମୁଖ ମଞ୍ଚାସୀନ ଥିଲେ। 

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଉପସ୍ଥିତ ଅତିଥି ବୃନ୍ଦ ଜିଲ୍ଲା ସ୍ଥିତ ଆଦର୍ଶ ବିଦ୍ୟାଳୟଗୁଡ଼ିକର ମହତ୍ୱ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ବିଷୟରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାର୍ଜନ କରିବା ପାଇଁ କଠିନ ପରିଶ୍ରମ କରି ଭବିଷ୍ୟତରେ ଜଣେ ଭଲ ମଣିଷ ଏବଂ ଉତ୍ତମ ନାଗରିକ ହୋଇ ଦେଶ ସେବାରେ ନିଜକୁ ନିୟୋଜିତ କରିବା ପାଇଁ ଆହ୍ୱାନ ଦେଇଥିଲେ। 

ଏହି ଅବସରରେ କଳାହାଣ୍ଡି ଜିଲ୍ଲାର ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପ୍ରତିଯୋଗିତା କରାଯାଇଥିଲା। 

ଉଦଯାପାନୀ ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟକାରୀ ଅଧିକାରୀ ଜିଲ୍ଲା ପରିଷଦ କଳାହାଣ୍ଡି ଦୟାମୟ ପାଢ଼ୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କଳାହାଣ୍ଡି ସାଂସଦ ମାଳବିକା ଦେବୀଙ୍କ ପ୍ରତିନିଧି ଜୟଶଙ୍କର ନାଏକ, ଦୁଷ୍ମନ୍ତ ଶେଖର ପାଢ଼ୀ ଓ ଷଷ୍ଠୀ ଝାଙ୍କର ଉପସ୍ଥିତ ରହି ପ୍ରତିଯୋଗିତା ଓ ଶିକ୍ଷା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। 

ନୋଡାଲ ଅଧ୍ୟକ୍ଷ ଡ. ନୀଳମାଧବ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ସୁଶ୍ରୀ ପ୍ରଜ୍ଞା ବିନୋଦିନୀ, ଦୀପକ କୁମାର ସାହୁ ଓ ରିପୁଦମନ ସୌରଭ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ବିରଞ୍ଚି ନାରାୟଣ ବାହିନୀପତି, ମୋନାଲି ପ୍ରିୟଦର୍ଶିନୀ ପ୍ରମୁଖ ସାହାଯ୍ୟ କରିଥିଲେ। 

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଟଙ୍କଧର ସାହୁ, ଜିତେନ୍ଦ୍ର ମୁଣ୍ଡ, ରୂପସିଂ ରାଉତ, ବୀରେନ୍ଦ୍ର କୁମାର ଆଚାର୍ଯ୍ୟ, ସୋମନାଥ ସାହୁ, ପ୍ରଶାନ୍ତ ନନ୍ଦ, ସୁଶାନ୍ତ ବିଶି, ଭବାନୀ ସାହୁ ପ୍ରମୁଖ କର୍ମଚାରୀଙ୍କ ସମେତ ବିଭିନ୍ନ ଆଦର୍ଶ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଉପାଧ୍ୟକ୍ଷ ଯୋଗ ଦେଇଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.