ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ମ.ରାମପୁର ବ୍ଲକ ର ମଦନପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମଦନପୁର ସରପଞ୍ଚ କେତକୀ ଦଣ୍ଡିଆ, ଆଇଆଇଏଫଏଲର ପରିଚାଳକ ସୁନିଲ କୁମାର ପଧାନ, ଜିପିଏଲଏଫ ସିମନ୍ତିନୀ କପଟ, ସମ୍ପାଦିକା କଳ୍ପନା ଦଣ୍ଡସେନା ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ଘାଟନ କରିଥିଲେ।
ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା। ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାର କୁ ଠିକ୍ ଭାବେ ପରିଚାଳନା କରିପାରିବେ।
କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ସୁନିଲ କୁମାର ପଧାନ ଓ ପ୍ରମୋଦ କୁମାର ମୁଗ୍ରି ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ। ମମିତା ପୁଝାରୀ, ଜନକ ଦୀପ, ଆଶିଷ କୁମାର ରଣା, ସିମନ୍ତିନି କପଟ, କଳ୍ପନା ଦଣ୍ଡସେନା ଓ ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘ ର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଏହି କର୍ମଶାଳା ରେ ବିଭିନ୍ନ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ , ଗୋଷ୍ଠୀ ସହାୟିକା,ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀ ରୁ ୬୪ଜଣ ସଦସ୍ୟା / ସଦସ୍ୟ ଅଂଶ ଗ୍ରହଣ କରିଥିଲେ।