ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ଧର୍ମଗଡ଼ର ଏନ୍ ଏସ୍ ଏସ୍ କୋ-ୟୁନିଟ୍ ଦ୍ୱାରା ‘ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ’ ପାଳନ ଅବସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ବେଛାସେବୀ ଛାତ୍ରଛାତ୍ରୀ ମାନେ ମହାବିଦ୍ୟାଳୟ ପରିସରସ୍ଥ ବଗିଚାରେ ଭର୍ତ୍ତି ହୋଇଥିବା ଅନାବନା ଗଛ ସଫା କରିବା ସହ ପାଞ୍ଚଟି ଚାରା ରୋପଣ କରିଥିଲେ । ଏହି ସଫେଇ କାର୍ଯ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଏସ୍ ଜଗନ୍ନାଥ ରାଓ, ସ୍ଥାନୀୟ ଏନ୍ ଏ ସି ଉପାଧ୍ୟକ୍ଷା ମନୀଷା ମିଶ୍ର ଓ କର୍ମକର୍ତ୍ତା ଉପସ୍ଥିତ ରହି ସ୍ୱେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏନ୍ ଏସ୍ ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଗଣପତି ବାଗଙ୍କ ନେତୃତ୍ବରେ ପ୍ରାୟ ୫୦ ଜଣ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ସଫେଇ କାର୍ଯ୍ୟରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।