ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ସନ୍ତୋଷ କରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ପବିତ୍ର ଗୁରୁଦିବସ ଅବସରରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମ୍ମୁଙ୍କ ଠାରୁ ‘ଜାତୀୟ ଶିକ୍ଷକ ପୁରସ୍କାର-୨୦୨୪’ ଗ୍ରହଣ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣି ଆସିଥିବା ସନ୍ତୋଷ କୁମାର କରଙ୍କୁ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱର ସ୍ଥିତ ସିଏମଓ ଅଫିସରେ ଶ୍ରୀ କରଙ୍କୁ ମୁଖ୍ୟମନ୍ତ୍ରୀ କୋଣାର୍କ ଚକ୍ର ରହିତ ରୌପ୍ୟ ପଦକ, ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଜାତୀୟ ଶିକ୍ଷକ ପୁରସ୍କାର ହାସଲ କରି ସନ୍ତୋଷ କୁମାର କର ଆମ ରାଜ୍ୟର ମାନ ବଢାଇଛନ୍ତି ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଠାରେ ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ନର୍ଲାରୋଡ ସ୍ଥିତ ଜୟଦୁର୍ଗା ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି ଶ୍ରୀ କର। 

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.