ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିନସ୍ଥ ଆଞ୍ଚଳିକ ସାଧନ କେନ୍ଦ୍ର ରେଙ୍ଗାଲପାଲି ଆନୁକୁଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪ ଅନୁଷ୍ଠିତ ହୋଇଯାଇଅଛି । ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା,  ସମ୍ମାନୀତ ଅତିଥି ଭାବରେ ସିଆରସିସି କୁଚା ଗାଁ ଅନନ୍ତ ନାରାୟଣ ପଣ୍ଡା, ଭଇଁରି ପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ହେମନ୍ତ କୁମାର ପାଣିଗ୍ରାହୀ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ମାଝୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଉମାକାନ୍ତ ଦୀପ ପ୍ରମୁଖ ମଞ୍ଚାସୀନ ରହିଥିଲେ।

ଏହି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ଉପ କନିଷ୍ଠ, କନିଷ୍ଠ, ବରିଷ୍ଠ ଏବଂ ଉଚ୍ଚ ମାଧ୍ୟମିକ ବର୍ଗର କ୍ଳଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟରୁ ଶତାଧିକ ଛାତ୍ର ଛାତ୍ରୀ ଯୋଗଦାନ କରିବା ସହିତ ପ୍ରାୟ ୩୦ ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ରେଙ୍ଗାଲପାଲି ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବେଦବର ନିଆଲଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ତ୍ରିନାଥ ନାଏକ, ସୁବାଷ ବିଶ୍ବାଳ ଶଶି ଭୂଷଣ ଦଳପତିଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.