ନର୍ଲାରେ ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଠାରେ ସୋମବାର ଅକ୍ଟୋବର ୩୦ ତାରିଖରେ ଅନୁଷ୍ଠିତ ହୋଇଛି ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର। ଶିବିରରେ ୪୬ ଜଣ ଅଭିଯୋଗକାରୀ ସେମାନଙ୍କ ନାମ ପଞ୍ଜିକୃତ କରିଥିବାବେଳେ ଆରଏଚ, ପେନସନ ଓ ଅନ୍ୟାନ୍ୟ ସମସ୍ୟା ଗୁଡିକ ଉପରେ ଅଭିଯୋଗ କାରୀ ଅଭିଯୋଗ କରିଥିବା ଜଣା ପଡ଼ିଛି। ଜିଲ୍ଲାପାଳଙ୍କ ଉପସ୍ଥିତିରେ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ଶିବିରରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପ୍ରକାଶ ପାୱାର, ପ୍ରକଳ୍ପ ନିର୍ଦ୍ଦେଶକ ଦୟାମୟ ପାଢୀ, କେସିଙ୍ଗା ଏସଡିପିଓ, ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗାପ୍ରସାଦ ମହାନ୍ତ, ନର୍ଲା ବିଡ଼ିଓ ରିପୁନାଥ ସୁନା ପ୍ରମୁଖ ମଞ୍ଚାସୀନ ରହି ଅଭିଯୋଗ ସବୁ ଶୁଣିଥିଲେ। ଅନ୍ୟ ଅଧିକାରୀ ମାନଙ୍କ ମଧ୍ୟରେ ମାଇନର ଇରିଗେସନ ସହକାରୀ ଯନ୍ତ୍ରୀ ସୌମ୍ୟ ରଞ୍ଜନ ମାଝୀ, ଆରଡବ୍ଲୁଏସଏସ ସହକାରୀ ଯନ୍ତ୍ରୀ ସୁରେନ୍ଦ୍ର ସୁନାନୀ, ମେଡିକାଲ ଅଫିସର ଅକ୍ଷୟ ଗୋଚ୍ଛାୟତ, ବିଇଓ ତପିମଣି ଜାନି, ଏବିଇଓ ଗୋବର୍ଦ୍ଧନ ମାଝୀ, ଲାଇନ୍ ବିଭାଗ ଗୁଡିକର ଅଧିକାରୀ, ନର୍ଲା ରେଞ୍ଜର, ଫରେଷ୍ଟର ଭବାନୀ ନାଏକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଆସିଥିବା ବିଷୟ ଗୁଡିକର ତଥ୍ୟ ପ୍ରଦାନ କରିଥିଲେ। ଯନ୍ତ୍ରୀ ଆଲୋକ ନାୟକ, ବିଏସଏସଓ ପ୍ରଦୀପ ବେହେରା, ସନତ ସାହୁ, ସନତ ନାୟକ, ବିପିସି ଭୋଳନାଥ ଦାସ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ବିଚିତ୍ରାନନ୍ଦ ନାଏକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଆବାସ ଯୋଜନା, ବିଦ୍ୟୁତ ସଂକ୍ରାନ୍ତୀୟ ମାମଲା, ବାର୍ଦ୍ଧକ୍ୟ ଭତ୍ତା ଓ ଜମିଜମା ସଂକ୍ରାନ୍ତୀୟ ମାମଲା ଗୁଡିକ ଉପରେ ଅଭିଯୋଗ ସବୁ ହୋଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.