ଗଣ୍ଡାମେର କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୪ 

ଓଡ଼ିଆ ବାର୍ତ୍ତା/ ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ସର୍ଗିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଣ୍ଡାମେର ସି.ଆର.ସି.ସି ଟଙ୍କଧର ସାଗରଙ୍କ ଆବାହକତ୍ୱରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଗଣ୍ଡାମେର ସରପଞ୍ଚ ହେମଲତା ନାଏକ, ସମ୍ମାନିତ ଅତିଥି ଭାବରେ ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଲବଣି ନାଏକଙ୍କ ସମେତ ପ୍ରଧାନ ଶିକ୍ଷକ ବିଶ୍ୱଜିତ ନିଗି, ଆଠ ଗୋଟି ସ୍କୁଲର ଶିକ୍ଷକ ଉପସ୍ଥିତ ଥିଲେ। ସୁରଭି କାର୍ଯ୍ୟକ୍ରମରେ କ୍ଲଷ୍ଟରର ଆଠ ଗୋଟି ସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ବକୃତା, ପ୍ରବନ୍ଧ, ସଂଗୀତ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ, ଡାନ୍ସ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିପାରିବେ ବୋଲି ସୂଚନା ରହିଛି।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.