ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ ଇନ୍ଦ୍ରାବତୀ ସରକାରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ସ୍କାଉଟ ଗାଇଡ଼ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦୁଇ ମହାପୁରୁଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ମହାତ୍ମାଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ପଣ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ୱାରା ସର୍ବଧର୍ମ ପ୍ରାର୍ଥନା ଓ କୁସୁମଖୁଣ୍ଟି ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମ ହୋଇଥିଲା। ସେହିପରି ଚନ୍ଦ୍ରଭାନୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ଷଡ଼ଙ୍ଗୀ ଓ କୋକସରା ଜବାହର ଉଚ୍ଚ ବିଦ୍ୟାପୀଠରେ ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇ ସ୍ୱଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟରେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏହି ଦୁଇ ମହାପୁରୁଷଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.