ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏଥିରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୬ ଜଣଙ୍କର ନାମ ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୫ ଗୋଟି ରହିଥିବା ବେଳେ ଦଳଗତ ୨୧ ଜଣଙ୍କର ରହିଥିଲା । ଶିବିରରେ ୫ ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା । ସମସ୍ତଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଶୁଣାଣୀ ଶିବିର ରେ ଅନ୍ୟମାନକ ମଧ୍ୟରେ ଉପଜିଲ୍ଲାପାଳ, ଧର୍ମଗଡ଼ ଧିମାନ ଚକମା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ,ବ୍ଲକ ଅଧ୍ୟକ୍ଷ, ତହସିଲଦାର,ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.