ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳନ ଉତ୍ସବ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଓ ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ତରଫରୁ ଜ଼ିଲ୍ଲା ସ୍ତରୀୟ ପୋଷଣ ମାସ ଉତ୍ସବ ପାଳନ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର କୁମାର ମାଝୀ ଯୋଗଦାନ କରିଥିବା ବେଳେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ-ଜିଲ୍ଲାପାଳ ସୌମ୍ୟାରୂପା ରଥ, ସିଡିଏମଓ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ଅବସରରେ ଅତିଥି ବୃନ୍ଦ ପୋଷଣ ମାସ ପାଳନର ଉଦେଶ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ଅନୁପମା ପଣ୍ଡା କାର୍ଯକ୍ରମ ପରିଚାଳନା କରିଥିଲେ ଓ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ଅନିତା ଗୁରୁ ପୋଷଣ ମାସ ପାଳନ ତଥା କାର୍ଯ୍ୟକ୍ରମର ବିଷୟବସ୍ତୁ ଉପରେ ପୁଙ୍ଖାନୁପୁଙ୍ଖ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ କିଶୋର କିଶୋରୀଙ୍କୁ ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟର କାର୍ଯ୍ୟକାରିତାକୁ ଜାଣିବା ବୁଝିବା ପାଇଁ ବ୍ୟବସ୍ଥିତ ପରିବହନ ଗାଡିକୁ ଅତିଥିବୃନ୍ଦ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ। ପରେ ପରେ ସୁସ୍ଥ ଓ ସ୍ୱାସ୍ଥ୍ୟବାନ ଶିଶୁ, ମା ଏବଂ ଶ୍ରେଷ୍ଠ ଅଙ୍ଗନବାଡି କେନ୍ଦ୍ର ତଥା କର୍ମୀଙ୍କୁ ଅତିଥି ମାନେ ପ୍ରମାଣପତ୍ର ଓ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ଡିଆଇପିଆରଓ, ଡ଼ିଡବ୍ଲୁଓ, ସମସ୍ତ ସିଡିପିଓ, ଡିସିପିଓ ଡିପିସି ବାଲ୍ୟ ବିବାହ ମୁକ୍ତ, ଡିପିସି /ଡିପିଏ ପୋଷଣ, ସୁପରଭାଇଜର, ଅଙ୍ଗନବାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.