ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ  ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଆ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।

Omkar Vasthu
Omkar Vasthu

ଏହି ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଆସନ୍ତା ୨୯ ତାରିଖ ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ ଦିବସ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ । ସେହିପରି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ମଧ୍ଯ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।

Pearl dental clinic
Near Ashish Medical Store, Bhawanipatna
Oplus_131072

ଏହି ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଆସନ୍ତା ନଭେମ୍ବର ୨ ତାରିଖ ଦିନ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କୁ ସମ୍ମାନିତ ଅତିଥି ମାନଙ୍କ ଦ୍ବାରା ପୁରସ୍କାର ପ୍ରଦାନ କରାଯିବ ।
ଆଜିର ଏହି ବିଭିନ୍ନ ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା, ଶ୍ରୀ ଭଗବତ ପାଢୀ, ଶ୍ରୀ ଦେବଦାସ ତାମରାପୁ, ଶ୍ରୀ ଡି: ଶ୍ରୀରାମ ମୂର୍ତ୍ତି, ସସ୍ମିତା ମିଶ୍ର, ସୁଲତା ଶୁଭଦର୍ଶୀନୀ, ପଦ୍ମିନୀ ପଣ୍ଡା, ଜଗନ୍ନାଥ ପଟ୍ଟନାୟକ, କିଶୋର ଦାସ ଓ ଶ୍ରୀ ଏନ୍: ଜଗଦିଶ ପ୍ରମୁଖ ବିଚାରକ ମଣ୍ଡଳୀ ଭାବେ ଯୋଗଦେଇଥିଲେ ।

Udyog Nursery
Udyogi Nursery

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.