ଆରବିଆଇ ତରଫରୁ ଛତ୍ରପୁର ଗ୍ରାମ ପଞ୍ଚାୟତରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଓଡିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ଭାରତୀୟ ରିଜର୍ଭ ବ୍ୟାଙ୍କର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱରର ମିଳିତ ସହଯୋଗରେ ଲାଞ୍ଜିଗଡ ବ୍ଲକର ଛତ୍ରପୁର ଗ୍ରାମ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଏକ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମୁଖ୍ୟ ଅତିଥି ଭାବେ ଛତ୍ରପୁର ସରପଞ୍ଚ ସୁଷମା ମାଝୀ, ସମ୍ପନ୍ନା ବିସି ପରିଚାଳକ କେଶବ ପଶାୟତ, ଶକ୍ତିମୟୀ ଫାଉଣ୍ଡେସନର ବୋର୍ଡ ମେମ୍ବର ବୃନ୍ଦା ସାହୁ ଓ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ସଦସ୍ୟ ତଥା ତାଲିମ ଦାତା ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି କର୍ମଶାଳାରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ ଓ ଆର୍ଥିକ ଅନୁଷ୍ଠାନରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ଥ, ରୋଜଗାର ଭିତ୍ତିକ ବ୍ୟବସାୟର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା। କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତାର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ।

ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନରେ ନିଜର କୌଣସି ଗୋପନୀୟ ତଥ୍ୟ ନ ଦେବାପାଇଁ ସୂଚନା ଦିଆଯାଇଥିଲା। ପରିବାରର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାରର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚକୁ ଆକଳନ କରି ପରିବାରକୁ ଠିକ୍ ଭାବେ ପରିଚାଳନା କରିପାରିବେ।

କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ ଓ କେଶବ ପଶାୟତ ଶାଖା ପରିଚାଳକ ସମ୍ପନ୍ନ। ବିସି, ମୁନିଗୁଡା ଯୋଗ ଦେଇ ତାଲିମ ପ୍ରଦାନ କରିଥିଲେ। ପିଟର ଚାନ୍ଦ ପାଣିଗ୍ରାହୀ, ରିତାଞ୍ଜଳି ମହାଖୁଡ, କପୁର ହରିଜନ, ସୁନୀଲ ତୁଲାକା, ଶକ୍ତିମୟୀ ଫାଉଣ୍ଡେସନ ଏବଂ ସଖୀ ପ୍ରକଳ୍ପର କର୍ମୀ ଓ ଗ୍ରାମ ପଞ୍ଚାୟତର କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି କର୍ମଶାଳାରେ ବିଭିନ୍ନ ମିଶନ ଶକ୍ତି ସ୍ବୟଂ ସହାୟକ ଗୋଷ୍ଠୀ, ଗୋଷ୍ଠୀ ସହାୟିକା, ଶକ୍ତିମୟୀ ଫାଉଣ୍ଡେସନର ସ୍ଵୟଂ ସହାୟକ ଗୋଷ୍ଠୀ, ଚାଷୀ ଓ ମିଳିତ ଉତ୍ତର ଦାୟୀ ଗୋଷ୍ଠୀରୁ ୭୫ଜଣ ସଦସ୍ୟା / ସଦସ୍ୟ ଏଥିରେ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.