ଉଦଘାଟିତ ହେଲା ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୂର୍ତ୍ତିକା’-୨୦୨୪

ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ

ଓଡ଼ିଆ ବାର୍ତ୍ତା/ ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି । ଶନିବାର ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ ସ୍ଥାନୀୟ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟନ କରିଛନ୍ତି। ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ। ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁରୁ ପୁଷ୍ପିତା ମିଶ୍ର ଓ ଅନୁଷ୍ଠାନ ର ପ୍ରିନ୍ସିପାଲ୍ ଗୁରୁ ମିତା ଦାସଙ୍କ ନିର୍ଦ୍ଦେଶନାରେ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟ ଅନୁଷ୍ଠାନର ନୃତ୍ୟାଙ୍ଗନାମାନେ ନିଜ ନିଜ ନୃତ୍ୟ ପରିବେଷଣ କରି ଦର୍ଶକ ମାନଙ୍କ ମନ ମୋହି ଥିଲେ। ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ଢ଼େଙ୍କାନାଳ, ମୟୁରଭଞ୍ଜ, ଜଗତସିଂହପୁର, ଭଦ୍ରକ, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ମାଲକାନଗିରି ଓ କୋରାପୁଟ। ଚଳିତ ବର୍ଷ ଅନେକ ନୂତନ ଡ଼ିଜାଇନର ଦୀପ, ଫୁଲଦାନୀ, ଗୃହସଜ୍ଜା ସାମଗ୍ରୀ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ମାଟି ଉପକରଣ ଏହି ମେଳାରେ ପ୍ରଦର୍ଶିତ ହୋଇଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.