ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସଚେତନତା ଶୋଭାଯାତ୍ରା, ସଭା ଓ ଶପଥ ପାଠ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଅକ୍ଟୋବର ୨୮ ତାରିଖ ଠାରୁ ଆସନ୍ତା ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପୀ ଦୁର୍ନୀତି ନିବାରଣ ସପ୍ତାହ ପାଳନ ପରିପ୍ରେକ୍ଷୀରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ମିଲିତରେ ଗଜପତି ଜିଲ୍ଲା ମିଶନ ମିଶନ ଶକ୍ତି ବିଭାଗ ସହଯୋଗରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶୋଭାଯାତ୍ରା, ସଭା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Omkar Vasthu
Omkar Vasthu

ଏହି ଅବସରରେ ଗଜପତି ଜିଲ୍ଲା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ୱାରା ସ୍ଥାନୀୟ ଟାଉନ ହଲ ଠାରୁ ଏକ ବିରାଟ ସଚେତନତା ଶୋଭାଯାତ୍ରା ବାହାରିଥିଲା। ଏହି ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ ଏବଂ ଡିଏସପି ଦୁର୍ନୀତି ନିବାରଣ ବିଭାଗ ଶ୍ରୀ ବାସୁଦେବ ରାଓ ପ୍ରମୁଖ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶୋଭାଯାତ୍ରାରେ ମହିଳା ମାନେ ସଚେତନତା ପ୍ଲାକାର୍ଡ ଧରି ବିଭିନ୍ନ ସ୍ଲୋଗାନ ଦେଇ ଜନ ସଚେତନତା କରାଇବା ସହ ସହର ପରିକ୍ରମା କରି ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ପହଞ୍ଚିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ପରେ ସ୍ଥାନୀୟ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ଠାରେ ଏକ ଜନସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଦୁର୍ନୀତି ନିବାରଣ ସଚେତନତା ଉପରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଅତିରିକ୍ତ ଜିଲ୍ଲାପାଳ ଓ ଡିଏସପି ଦୁର୍ନୀତି ନିବାରଣ ବିଭାଗ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ସଚେତନତାର ବାର୍ତ୍ତା ପ୍ରଦାନ କରିଥିଲେ ଏବଂ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଓ ଶପଥ ପାଠ ର ସିଧା ପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ଶପଥ ପାଠ କରା ଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଜିଲ୍ଲା ଓ ବ୍ଲକ ସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିବା ବେଳେ ଏହାକୁ ଜ଼ିଲ୍ଲା ପ୍ରକଳ୍ପ ସଂଯୋଯକ, ମିଶନ ଶକ୍ତି ଶ୍ରୀ ଟିମନ ବାରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସ୍ଵାନ୍ ହଲ ଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଗଣଙ୍କୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ଉପସ୍ଥିତ ସମସ୍ତଙ୍କୁ ଶପଥ ପାଠ କରାଇ ଦୁର୍ନିତି ନିବାରଣ ଦିଗରେ ସରକାରଙ୍କ ଦ୍ୱାରା କରା ଯାଇଥିବା ସମସ୍ତ ବ୍ୟବସ୍ଥା କୁ କଡାକଡି ପାଳନ କରିବା ଉପରେ ଗୁରୁତ୍ଵ ଦେଇଥିଲେ। ଏହି ଦିଗରେ ସମସ୍ତ ନାଗରିକ ଓ ଜନସାଧାରଣ ମାନଙ୍କୁ ସଚେତନତା ହେବା ଜରୁରୀ, ଏଣୁ ଆମ ସମସ୍ତଙ୍କ ମିଳିତ ଉଦ୍ୟମରେ କିପରି ଦେଶ ରୁ ଦୁର୍ନୀତିର ମୁଳୋଉତ୍ପାଟନ ହୋଇପାରିବ ଓ ପ୍ରତ୍ୟେକ ନାଗରିକ ସର୍ବଦା ସତର୍କତା ସହିତ ସର୍ବାଧିକ ସାଧୁତା , ସ୍ଵଚ୍ଛତା ଓ ସତ୍ୟନିଷ୍ଠ ରେ ପ୍ରତିବନ୍ଧିତ ରହି କାର୍ଯ୍ୟ କରିପାରିବେ ସେ ସଂପର୍କରେ ଜନସାଧାରଣ ମାନଙ୍କୁ ସଚେତନ କରାଇଥିଲେ।
ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା, ଉପ-ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ପ୍ରମୁଖଙ୍କ ସମେତ ସମସ୍ତ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.