ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ 

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Omkar Vasthu
Omkar Vasthu

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼. ଗୁଣନିଧି ନାୟକ ଓ ଉପ ଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ମୋଟ- ୯୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୯ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୧୨ ଗୋଟି ରହିଥିଲା ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଆସିଥିବା ସମସ୍ତ ୯୧ ଗୋଟି ଅଭିଯୋଗ ପତ୍ର ମଧ୍ୟରୁ ୬ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା । ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌର ଚନ୍ଦ୍ର ପଟ୍ଟନାୟକ, ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମହମ୍ମଦ ଆଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ଅଭିଯୋଗ ଶୁଣାଣୀର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଲିପିନା ଦାସ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.