ଓଏଏସ ଅଫିସର ଓ ସାମ୍ୱାଦିକ ବିବାଦରେ ଆଇଜି ହିମାଂଶୁ ଲାଲଙ୍କ ତଦନ୍ତ ଆରମ୍ଭ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ସଦର ବିଡିଓ ଓ ସାମ୍ବାଦିକ ବିବାଦ ମାମଲାରେ ଗତକାଲି ସମ୍ବଲପୁର ଉତ୍ତରାଞ୍ଚଳ ଆଇଜି ହିଂମାଶୁ ଲାଲ ସୁବର୍ଣ୍ଣପୁରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସ୍ଥାନୀୟ ଜିଲା ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ।

Omkar Vasthu
Omkar Vasthu

ଏହି ଅବସରରେ ବ୍ଲକ କର୍ମଚାରୀ ଜିଲା ସଦର ମହକୁମାର କିଛି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ଘଟଣା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଆଇଜି ଏଠାରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିବା ପରେ ବ୍ଲକ ଅଞ୍ଚଳର ସମସ୍ତ ବର୍ଗର କର୍ମଚାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ପଞ୍ଚାୟତ ପ୍ରତିନିଧ୍, ବ୍ଲକର ଇଞ୍ଜିନିୟରର୍ସ ସଂଘ ଆଦି ଜିଲା ପୋଲିସ ମୁଖ୍ୟାଳୟରେ ପହଞ୍ଚି ବିଡିଓଙ୍କୁ ସମର୍ଥନରେ ମତ ଦେଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ବିଡିଓଙ୍କୁ ସମର୍ଥନ କରି ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ ବିଭିନ୍ନ ବର୍ଗର ସରକାରୀ କର୍ମଚାରୀ ଆଇଜିଙ୍କ ତଦନ୍ତର ସମ୍ମୁଖୀନ ହେବା ଆଲୋଚନାର ବିଷୟ ହୋଇଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ସେପଟେ ସାମ୍ୱାଦିକଙ୍କ ସମର୍ଥନରେ ଗତକାଲି ସୁବର୍ଣ୍ଣପୁର ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଷ୍ଟେଟ ୟୁନିଅନ୍ ଅଫ୍ ଜର୍ଣ୍ଣlଲିଷ୍ଟ (ଏସୟୁଜେ) ପକ୍ଷରୁ ଆନ୍ଦୋଳନ ହୋଇଥିବା ବେଳେ ଆଜି ସୁନ୍ଦରଗଡ଼ ଜିଲ୍ଲାରେ ଉକ୍ତ ସଂଘ ପକ୍ଷରୁ ଆନ୍ଦୋଳନ ବ୍ୟାପି ଥିବା ଜଣା ପଡ଼ିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.