କଳାହାଣ୍ଡି କଳା ଉତ୍ସବ-୨୦୨୪ରେ ପ୍ରଗତି ଶିକ୍ଷାନୁଷ୍ଠାନର ବାଜିମାତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ରଜତ ବଂଶଲ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡିଶା ସରକାର ଏବଂ ସମଗ୍ର ଶିକ୍ଷା କଳାହାଣ୍ଡି ତରଫରୁ ଆୟୋଜିତ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ- ୨୦୨୪ ପାଳନ ଅବସରରେ ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Omkar Vasthu
Omkar Vasthu

ଏହି ପ୍ରତିଯୋଗିତାରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି ଶିକ୍ଷାନୁଷ୍ଠାନର କଂସେପ୍ଟ ସ୍କୁଲ ବିଭାଗରୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପରିବେଷଣ ହୋଇଥିବା ନାଟକ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବାଦ୍ୟଯନ୍ତ୍ର ସଂଗୀତ ପରିବେଷଣରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ସେହିଭଳି ପ୍ରଗତି ସାଇନ୍ସ ହାୟର ସେକେଣ୍ଡାରୀ ସ୍କୁଲର ଛାତ୍ରୀ ସୁଶ୍ରୀ ଦେବସ୍ମିତା ମୁଣ୍ଡ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ କଂସେପ୍ଟ ସ୍କୁଲର ଛାତ୍ରୀମାନେ ସାମୁହିକ ସଙ୍ଗୀତ ପରିବେଷଣରେ ତୃତୀୟ ସ୍ଥାନ ଅଧିକାର କରି ପ୍ରଗତି ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଦେଇଛନ୍ତି।

ଏହି ସଫଳତାରେ ପ୍ରଗତି ଅନୁଷ୍ଠାନର ମୁଖ୍ୟ ଇଂ ଅଜୟ କୁମାର ପଣ୍ଡା , ଚେୟାରପରସନ ସୁଶ୍ରୀ ସଂଗୀତା ପଣ୍ଡା ତଥା ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଅଭିବାଦନ ଜଣେଇଥିବା ବେଳେ ସମସ୍ତ ଅଭିଭାବକ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.