ଯୁବ ରେଡକ୍ରସ୍ ସ୍ବେଚ୍ଛାସେବୀଙ୍କ ପାଇଁ ଅନ୍ତର୍ଭୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ସାନଚେରଗାଁ ସ୍ଥିତ ଆଞ୍ଚଳିକ ବସ୍ତାରେଣି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ମାନଙ୍କପାଇଁ ଅନ୍ତର୍ଭୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ (ଇଣ୍ଡକ୍ସନ୍ ଟ୍ରେନିଂ ପ୍ରୋଗ୍ରାମ) ଅନୁଷ୍ଠିତ ହୋଇଯାଇଛି।

Omkar Vasthu
Omkar Vasthu

ଅଧ୍ୟକ୍ଷ ତ୍ରିଲୋଚନ ସାହୁ ରେଡକ୍ରସ୍ ପତାକା ଉତ୍ତୋଳନ ପୂର୍ବକ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ ଆୟୋଜିତ ଅନ୍ତର୍ଭୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସଭାପତିତ୍ଵ କରି ଉପସ୍ଥିତ ଛାତ୍ର ଛାତ୍ରଛାତ୍ରୀମାନଙ୍କୁ ଯୁବ ରେଡକ୍ରସର ମହନୀୟ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଉତ୍ସାହିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ଯୋଗ ଦେଇ ଛାତ୍ରୀମାନଙ୍କୁ ଯୁବ ରେଡକ୍ରସର ଶପଥ ପାଠ କରାଇବା ସହ ରେଡକ୍ରସର ଇତିହାସ ଓ ବିକାଶ, ମୌଳିକ ନୀତି, ଚିହ୍ନ ଓ ରକ୍ତଦାନର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଯୁବ ରେଡକ୍ରସ୍ ପରାମର୍ଶଦାତା ଅଧ୍ୟାପକ ଅଗସ୍ତି ସୁନାନୀ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ଦିନେଶ ପଟେଲ୍, ଥବିର ନାଏକ, ସୁକାନ୍ତ ଘଡେଇ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ଯୁବ ରେଡକ୍ରସ ସ୍ବେଚ୍ଛାସେବୀ ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.