ବଲାଙ୍ଗୀର ଷ୍ଟେସନଠାରେ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ

ଓଡ଼ିଆ ବାର୍ତ୍ତା/ ବଲାଙ୍ଗିର (ମୁନା ଗୌଡ଼): ପୂର୍ବ ତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବଲାଙ୍ଗୀର ରେଳ ଷ୍ଟେସନରେ ଏକ ପୂର୍ଣ୍ଣ ମାପର ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା।

Omkar Vasthu
Omkar Vasthu

ଏହି ଅଭ୍ୟାସ ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନଡିଆରଏଫ), ଓଡିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଅଗ୍ନିଶମ ସେବା, ରାଜ୍ୟ ସ୍ୱାସ୍ଥ୍ୟ ସେବା, ରେଳ ସ୍କାଉଟ୍ସ ଆଣ୍ଡ ଗାଇଡ୍, ସ୍ଥାନୀୟ ଏନଜିଓ ଏବଂ ରେଳ ବିଭାଗର ସମସ୍ତ ବିଭାଗ ଅଂଶଗ୍ରହଣ କରିଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସମୟରେ ଆଧୁନିକ ଯନ୍ତ୍ରପାତି ଯଥା ରେଳ କୋଚ କାଟିବା ମେସିନ, ଅଗ୍ନି ନିର୍ବାପକ ଏବଂ ଶୀଘ୍ର ଚିକିତ୍ସା ସ୍ଥାନାନ୍ତର ଭଳି ଆଧୁନିକ ଉପକରଣ ଇତ୍ୟାଦି ବ୍ୟବହାର କରାଯାଇଥିଲା।ସମ୍ବଲପୁର ରେଳମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଆନନ୍ଦ ସିଂହ ଏହି ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ସ୍ଥାନ ପରିଦର୍ଶନ କରି ସମସ୍ତ ଅଂଶଗ୍ରହଣକାରୀଙ୍କ ସହ ଯୋଗାଯୋଗ କରିଥିଲେ।

ଶ୍ରୀ ସିଂହ କହିଛନ୍ତି ଯେ ଏହି ଅଭ୍ୟାସ ରେଳବାଇ ଏବଂ ସମସ୍ତ ଅଂଶଗ୍ରହଣକାରୀ ସଂସ୍ଥାକୁ ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିର ଗଭୀର ତଥା ସମନ୍ୱିତ ମୁକାବିଲା କରିବାରେ ସାହାଯ୍ୟ କରିବ ଯାହା ଦ୍ୱାରା ପୀଡିତଙ୍କ ଅସୁବିଧା କମ୍ ହୋଇପାରିବ ଏବଂ ସମସ୍ତ ଏଜେନ୍ସିର ପ୍ରତିକ୍ରିୟା ସମୟକୁ କମ୍ କରିବାରେ ମଧ୍ୟ ସାହାଯ୍ୟ କରିବ। ସମ୍ବଲପୁର ରେଳମଣ୍ଡଳର ବରିଷ୍ଠ ନିରାପତ୍ତା ଅଧିକାରୀ ଶ୍ରୀ ଏସ. ଏସ. ନାୟକ ବିପର୍ଯ୍ୟୟ ପରିଚାଳନାରେ ଯୋଗ ଦେଇଥିବା ସମସ୍ତ ବିଭାଗୀୟ କର୍ମକର୍ତ୍ତା ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ

 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.