ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଓଡ଼ିଆ ବାର୍ତ୍ତା/ ଗଜପତି (ଗଣେଶ କୁମାର ରାଜୁ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସାନତୁଣ୍ଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଡ଼ଃ ଗୁଣନିଧି ନାୟକ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀକାର୍ଯ୍ୟକ୍ରମରେରେ ଯୋଗଦେଇ ସାନତୁଣ୍ଡି ଗ୍ରାମ ପଞ୍ଚାୟତ ସମେତ ରାୟଗଡ , କରଡ଼ାସିଂ ଓ ଏସ୍.କରଡ଼ାସିଂ ପଞ୍ଚାୟତର ସମୁଦାୟ ମୋଟ-୧୮୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୮ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୯୫ ଗୋଟି ଥିଲା।

Omkar Vasthu
Omkar Vasthu

ସେଥିମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରା ଯାଇଥିଲା ଏବଂ ଅନ୍ୟ ଅଭିଯୋଗ ଗୁଡିକ ମଧ୍ୟ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ଦାସ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୁଇ ଜଣଙ୍କୁ ହୁଇଲ ଚ୍ୟାର୍ ଓ ଅନ୍ୟ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ପ୍ରକଳ୍ପ ପ୍ରଶାସକ-ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର ସିଂ , ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକା ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ ନାୟକ ଓ ସ୍ଥାନୀୟ ସରପଞ୍ଚଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.