ଶାନ୍ତପୁର ରାଧାକୃଷ୍ଣ ହାଇସ୍କୁଲରେ ପୋଷାକ ବଣ୍ଟନ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକ ଅଧିନସ୍ଥ ଶାନ୍ତପୁର ରାଧାକୃଷ୍ଣ ହାଇସ୍କୁଲରେ ୬ ଷ୍ଠ ରୁ ୮ ମ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ଦୁଇହଳ ଲେଖାଏଁ ସ୍କୁଲ ୟୁନିଫର୍ମ ପୋଷାକ ପ୍ରଦାନ କରାଯାଇଛି। ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟତ୍ରୀ ସ୍ୱେତାଲିନ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ନର୍ଲା ବିଧାୟିକା ମନୋରମା ମହାନ୍ତି ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ଦୁଇହଳ ଲେଖାଏଁ ପୋଷାକ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଶାନ୍ତପୁର ସମିତି ସଦସ୍ୟ ଜୟ ମେହେର, ପ୍ରତିଷ୍ଠାତା ସଦସ୍ୟ, ପୂର୍ବତନ ସରପଞ୍ଚ ଲୋକନାଥ ସା, ଘଣ୍ଟ ମାଳ ସରପଞ୍ଚ ଦେବେନ୍ଦ୍ର ସା, ବରିଷ୍ଠ ସାମ୍ବାଦିକ ଲିଙ୍ଗରାଜ ମିଶ୍ର, ପରିଚାଳନା କମିଟିର ସଭାପତି ବଳରାମ ହରପାଲ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରି ପୋଷାକ ବଣ୍ଟନ କରିଥିଲେ। ବିଦ୍ୟାଳୟରେ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀର ୨୫୨ ଜଣ ଛାତ୍ର ଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ପ୍ରଦାନ କରାଯାଇଥିଲା। ଦ୍ଵିତୀୟ ପର୍ଯ୍ୟାୟର ଜୋତା ମୌଜା ହଳେ ଲେଖାଏଁ ପ୍ରଦାନ କରାଯିବ ବୋଲି ଜଣାପଡିଛି। କାର୍ଯ୍ୟକ୍ରମକୁ ବିଦ୍ୟାଳୟର ବରିଷ୍ଠ କ୍ରୀଡା ଶିକ୍ଷକ କିଶୋର ଚନ୍ଦ୍ର ସା ପରିଚାଳନା କରିଥିବା ବେଳେ ଶିକ୍ଷକ ଜିତେନ୍ଦ୍ର ରଥ, ବିଶ୍ବରଂଜନ ରାଜଗୁରୁ, ଶିକ୍ଷୟତ୍ରୀ ରେଣୁକା ଦୀପ, ଅମିତା ଦାସ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଛାତ୍ରଛାତ୍ରୀମାନେ ମାଗଣା ପୋଷାକ ପାଇ ବହୁତ ଖୁସି ବ୍ୟକ୍ତ କରିଥିବା ବେଳେ ଅଭିଭାବକ ମାନେ ଛାତ୍ରଛାତ୍ରୀଙ୍କୁ ଉତ୍ତମ ମାନର ପୋଷାକ ପ୍ରଦାନ କରାଯାଇଥିବାରୁ ରାଜ୍ଯ ସରକାର ଓ ବିଦ୍ୟାଳୟ କତ୍ତୃପକ୍ଷଙ୍କୁ ଏଥିପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.