ବ୍ଳକସ୍ତରୀୟ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ବ୍ଳକସ୍ତରୀୟ ଭିମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଦିପକ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଚନ୍ଦନ ବାରିକ, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ଟେମରା ସରପଞ୍ଚ କ୍ଷୀତିରାମ ପାତ୍ର, କନ୍ଦାବୁଟୁରା ସରପଞ୍ଚ କୁରୁକ୍ଷେତ୍ର ବେହେରା, ସମିତି ସଭ୍ୟ ଘନଶ୍ୟାମ ନାଏକ, ମୁକ୍ତେଶ୍ଵର ନାଏକ, ଗୁପ୍ତେଶ୍ୱର ବାଗ, ବିଜେପି ନେତା ତ୍ରିନାଥ ଶବର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ। ଏହି ଶିବିରରେ ବ୍ଳକର ୨୨ ଗୋଟି ପଞ୍ଚାୟତରୁ ମୋଟ ୩୮୬ ଜଣ ଭିନ୍ନକ୍ଷମ ଯୋଗଦେଇ ପଞ୍ଜିକରଣ କରିଥିଲେ। ଏମାନଙ୍କ ମଧ୍ୟରୁ ୨ ଜଣକୁ ଟ୍ରାଇ ସାଇକେଲ, ଜଣକୁ ହୁଇଲ ଚେୟାର, ୯ଟି ଡ୍ରାଇ ଲୋନ, ୨ ଜଣ ଭତ୍ତା ଆବେଦନ, ୧୪୨ ଜଣ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି ଶିବିରରେ ଭବାନୀପାଟଣାରୁ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ସୁନୀଲ ପାଢ଼ୀ, ମାନସିକ ବିଶେଷଜ୍ଞ ଡାକ୍ତର ପ୍ରବିଣ କୁମାର ସାହୁ, ଚକ୍ଷୁ ବିଶେଷଜ୍ଞ ଡାକ୍ତର ନିବେଦିତା ମହାରଣା, କର୍ଣ୍ଣ, ଗଲା ନାଶା ବିଶେଷଞ୍ଚ ଡାକ୍ତର ପ୍ରଦ୍ୟୁମ୍ନ କିଶୋର ପଣ୍ଡା, ଚଲନି ପ୍ରଶିକ୍ଷକ ଶ୍ରୀନିବାସ ଚନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମ ମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବ୍ଳକର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.