ପଞ୍ଚାୟତ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ବୈଠକ 

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ବୀରମହରାଜପୁର ବ୍ଲକ ସୁବଳୟା ଗ୍ରାମ ପଂଚାୟତ ସଭାଗୃହ ଠାରେ ରେଆର ସୋନପୁର ତରଫରୁ ଓଡିଶା ରାଜ୍ୟ ବିପର୍ଯୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସହାୟତାରେ ଗ୍ରାମ ପଂଚାୟତ ସ୍ତରୀୟ ବିପର୍ଯୟ ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁବଳୟା ସରପଞ୍ଚ ପ୍ରମୋଦ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ନାଇବ ସରପଞ୍ଚ ଜୟନ୍ତୀ ମେହେର, ସୁବଳୟା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ଵର୍ଣ୍ଣଲତା ବେହେରା, ଯୋଗାଣ ସହାୟକ ଭରତ ଖମାରୀ, ବନ୍ୟା ଆଶ୍ରୟ ସ୍ଥଳୀ ପରିଚାଳନା କମିଟିର ସମ୍ପାଦକ ଚକ୍ରଧର ପଧାନ, ଏମବିକେ ବବିତା ରାଣୀ ମହାପାତ୍ର ଯୋଗ ଦେଇ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ। ରେଆର ର ପ୍ରକଳ୍ପ ସଂଯୋଜକ ବିଶ୍ୱମ୍ବର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ ମିତ୍ରଭାନୁ ମଲ୍ଲିକ ବୈଠକ ର ଉଦେଶ୍ୟ ବିଷୟରେ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମରେ ପଂଚାୟତର ସିଆରପି, ୱାର୍ଡ ସଭ୍ୟ, ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଟି ର ସଦସ୍ୟା ମାନେ ଉପସ୍ଥିତ ଥିଲେ। ଶେଷରେ ସୁଦାମ ଗାଈଗରିଆ ଧନ୍ୟବାଦ ଅର୍ପଣ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.