ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ

ସଞ୍ଜମପୂର୍ଣ୍ଣ ଜୀବନଶୈଳୀ ହିଁ ଏଡ଼ସ୍ ରୋକି ପାରିବ….

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): ଗୋଲାମୁଣ୍ଡା ସର୍ବ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇ ଯାଇଛି। ଅଧ୍ୟକ୍ଷ ଜୟନ୍ତ କୁମାର ଜେନାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଚିକିତ୍ସାଧିକାରୀ ଡା.ତୃଷ୍ଣା ପରିଡ଼ା , ସମ୍ମାନିତ ଅତିଥି ଭାବେ ପ୍ରାଧ୍ୟାପକ ସରୋଜ କାନ୍ତ ରଥ ଓ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ପ୍ରଦୀପ କୁମାର ମିଶ୍ର ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଏଡ଼ସ୍ ରୋଗର କାରଣ ଓ ନିରାକରଣ ତଥା ସ୍ୱେଚ୍ଛାକୃତ ରକ୍ତଦାନର ମହତ୍ତ୍ୱ ବିଷୟରେ ଆଲୋଚନା କରିବା ସହ ସଞ୍ଜମପୂର୍ଣ୍ଣ ଜୀବନଶୈଳୀ ହିଁ ଏଡ଼ସ୍ ରୋକି ପାରିବ ବୋଲି ମତ ବ୍ୟକ୍ତ କରିଥିଲେ।ଶିକ୍ଷାନୁଷ୍ଠାନର ରେଡ୍ ରିବନ୍ କ୍ଲବ୍ ଓ ଯୁବ ରେଡକ୍ରସ୍ ପରାମର୍ଶଦାତା ତଥା ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ଅଧ୍ୟାପକ ପ୍ରତାପ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବା ସହ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ଉତ୍କର୍ଷ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସମସ୍ତ +୨ ଛାତ୍ର-ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଓ ପରିଚାଳନାରେ ସମସ୍ତ କର୍ମଚାରୀ ସହଯୋଗ କରିଥଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.