ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ସୁଶାନ୍ତ କୁମାର ଦଳେଇ): କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଚିଚିଆସ୍ଥିତ ସେମିଲିଏନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇ ଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ବିରଞ୍ଚି ନାରାୟଣ ସାହୁ , ସମ୍ମାନିତ ଅତିଥି ଭାବେ ପ୍ରାଧ୍ୟାପକ ସୁରେନ୍ଦ୍ର କୁମାର ସାହୁ ଓ ସୁରେନ୍ଦ୍ର କୁମାର ଭୋଇ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଏଡ଼ସ୍ ରୋଗର କାରଣ ଓ ନିରାକରଣ ବିଷୟରେ ଆଲୋଚନା କରିଥିଲେ। ଶିକ୍ଷାନୁଷ୍ଠାନର ରେଡ୍ ରିବନ୍ କ୍ଲବ୍ ଓ ଯୁବ ରେଡକ୍ରସ୍ ପରାମର୍ଶଦାତା ଅଧ୍ୟାପକ ଡ. ନୃସିଂହାନନ୍ଦ ସାସମଲ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉପଲକ୍ଷେ ଏକ ସଚେତନତା ରାଲିରେ ଛାତ୍ର ଛାତ୍ରୀମାନେ ଗ୍ରାମ ପରିକ୍ରମା କରି ଥିଲେ। ଆୟୋଜିତ ପ୍ରବନ୍ଧ, ବକ୍ତୃତା, ଚିତ୍ରାଙ୍କନ ଓ ଏଡ଼ସ ସଚେତନତା ସୃଷ୍ଟି ସମ୍ବଳିତ ନୃତ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ସମସ୍ତ +୨ ଛାତ୍ର-ଛାତ୍ରୀ ଅଂଶ ଗ୍ରହଣ କରିଥିଲେ ଓ ପରିଚାଳନାରେ ସମସ୍ତ କର୍ମଚାରୀ ସହଯୋଗ କରିଥଲେ।