ମା ମାଣିକେଶ୍ୱରୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଶ୍ୱ ଏଡ୍ସ ଦିବସ ପାଳିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଥୁଆମୂଳ ରାମପୁର ସ୍ଥିତ ମା ମାଣିକେଶ୍ୱରୀ ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଶ୍ୱ ଏଡ୍ସ ଦିବସ ବିଭିନ୍ନ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।

ଏହି ଅବସରରେ ଏକ ସଚେତନ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା ଓ ସ୍ଥାନୀୟ ସଭାଗୃହ ରେ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା । ଏଥିରେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀଚିକିତ୍ସା ଅଧିକାରୀ ଡାକ୍ତର ନୀତିଶ କୁମାର ଝା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏଡ୍ସ ରୋଗର ଭୟାବହତା ଓ ତାର ନିରାକରଣ ସମ୍ପର୍କରେ ରେ ଛାତ୍ରଛାତ୍ରୀ ଙ୍କୁ ବିଭିନ୍ନ ଉଦାହରଣ ଦେଇ ବୁଝାଇଥିଲେ ।

ସମ୍ମାନୀତ ଅତିଥି ଭାବରେ ଡାକ୍ତର ସୋମନାଥ ଯୋଗଦେଇ ଥିଲେ । ଅନୁଷ୍ଠାନ ଅଧ୍ୟକ୍ଷ ଶ୍ରୀ ସତ୍ୟନାରାୟଣ ମୁଣ୍ଡଛିନା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯୁବ ରେଡ୍ କ୍ରସ ପରାମର୍ଶ ଦାତା ତଥା ଅଧ୍ୟାପକ ସରୋଜ କୁମାର ପଟ୍ଟଯୋଶୀ ସଭା ପରିଚାଳନା କରୁଥିବା ବେଳେ ଅଧ୍ୟାପକ ବାବୂ ବାହାନ ବୁଦ୍ଧିଆ ସାଂସ୍କୃତିକ କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ ।

ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜୟୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟଅତିଥି ପ୍ରମାଣପତ୍ର ସହିତ ପୁରସ୍କୃତ କରିଥିଲେ । ଶେଷରେ ଅଧ୍ୟାପକ ଶେକ ଅଖତର ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.