ସନାତନ ଧର୍ମଧାରାରେ ଧନସମ୍ପଦ, ସୌଭାଗ୍ୟ, ସୁଖ୍ୟାତି, ସୁଖସମୃଦ୍ଧି, ସୌନ୍ଦର୍ଯ୍ୟ ଓ ଐଶ୍ୱର୍ଯ୍ୟର ଦେବୀ ହେଉଛନ୍ତି ଲକ୍ଷ୍ମୀ। ସେ ଭଗବାନ ବିଷ୍ଣୁଙ୍କର ସହଧର୍ମିଣୀ ଓ ଶକ୍ତି ସୂରୁପା। ସମୁଦ୍ର ମନ୍ଥନ ସମୟରେ ଅମୃତପାତ୍ର ଧରି ପୃଥିବୀ ପୃଷ୍ଠକୁ ଆସିଥିଲେ ଲକ୍ଷ୍ମୀ। ତାଙ୍କର ଚାରିହାତ ଧର୍ମ, କାମନା, ଅର୍ଥ ଓ ମୋକ୍ଷର ପ୍ରତୀକ। ଭୃଗୁଋଷିଙ୍କ ତପସ୍ୟା ଫଳରେ ସେ ଭାର୍ଗବୀ, ଶ୍ରୀ ଆଦି ରୂପରେ ଅବତୀର୍ଣ୍ଣା ହୋଇଥିଲେ। ଓଡ଼ିଶାରେ ମାର୍ଗଶିର ମାସ ଗୁରୁବାର ଲକ୍ଷ୍ମୀଙ୍କର ପ୍ରିୟପୂଜା ‘ମାଣବସା’ ନାମରେ ପ୍ରସିଦ୍ଧ।