ଓଡ଼ିଆ ବାର୍ତ୍ତା/ ସଇଁତଲା (ଗୋକୁଳାନନ୍ଦ ବଗର୍ତ୍ତୀ): ବଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ଅନ୍ତର୍ଗତ ଆମ୍ବପାଲି ଗ୍ରାମ ନିକଟରୁ ସଇଁତଲା ପୁଲିସ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ ପୁଲିସ ପାଟ୍ରୋଲିଂ କରୁଥିବା ସମୟରେ ଦୁଇ ଜଣ ଯୁବକ ବାଇକ୍ରେ ଯାଉଥିବା ବେଳେ ସେମାନଙ୍କୁ କାବୁ କରିଥିଲା। ସେମାନଙ୍କଠାରୁ ୪୩.୨୭୫ ଲିଟର ମଦ ଜବତ କରିବା ସହ ଉଭୟଙ୍କୁ ଗିରଫ କରିଥିଲା। ପରେ ଏକ ମାମଲା ରୁଜୁକରି ଅଭିଯୁକ୍ତ ସଚିନ କୁମାର (୨୪) ଓ ଆୟୁଷ ସିଂ (୨୭)କୁ କୋର୍ଟଚାଲାଣ କରାଯାଇଥିବା ଥାନାଧିକାରୀ ସୁଶାନ୍ତ ବଢ଼େଇ ସୂଚନା ଦେଇଛନ୍ତି।