ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ : ପ୍ରଦର୍ଶିତ ହେଲା ୭ଟି ବିଷୟବସ୍ତୁ ଉପରେ ମୋଟ ୮୪ଟି ପ୍ରକଳ୍ପ

ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ବାଲେଶ୍ୱର ଜିଲ୍ଲା ସ୍କୁଲ ଠାରେ ଜିଲ୍ଲାସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରକଳ୍ପ ପ୍ରଦର୍ଶନୀ ୨୦୨୪-୨୫ ଅନୁଷ୍ଠିତ ହୋଇଯାଇଛି।

Omkar Vasthu
Omkar Vasthu

ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀ ତନୟା ଗିରିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ପ୍ରଦର୍ଶନୀରେ ମୁଖ୍ୟ ଅତିଥି ଭାବେ ବାଲେଶ୍ଵର ସଦର ବିଧାୟକ ମାନସ ଦତ୍ତ, ମୁଖ୍ୟ ବକ୍ତା ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ଚାନ୍ଦିପୁର ଆଇଟିଆର୍ ବୈଜ୍ଞାନିକ ପ୍ରିୟନାଥ ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଧରଣୀଧର ପାତ୍ର, ସଦର ଗୋଷ୍ଠୀ ଶିକ୍ଷା ଅଧିକାରୀ  ରାସମଣୀ ନାୟକ, ଗୋଷ୍ଠୀ ଶିକ୍ଷା ଅଧିକାରୀ ବାହାନଗା  ସୋମାରାଣୀ ସେଠୀ, ପ୍ରଧାନ ଶିକ୍ଷୟିତ୍ରୀ ଜ଼ିଲ୍ଲା ସ୍କୁଲ ସୂର୍ଯ୍ୟସିଖା ମହାନ୍ତି, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅଶୋକ କୁମାର ନାୟକ ଓ ଜିଲ୍ଲା ବିଜ୍ଞାନ ପରିଦର୍ଶକ ହରେନ୍ଦ୍ର ମହାନ୍ତି ପ୍ରମୁଖ ମଞ୍ଚାସୀନ ଥିଲେ।

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery

ଉକ୍ତ ପ୍ରଦର୍ଶନୀରେ ଜିଲ୍ଲାର ୧୨ ଗୋଟି ବ୍ଲକରୁ ଖାଦ୍ୟ, ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତା, ପରିବହନ ଏବଂ ଯୋଗାଯୋଗ, ପ୍ରାକୃତିକ ଚାଷ, ବିପର୍ଯ୍ୟୟ ପରିଚାଳନା, ଗଣିତ, ବର୍ଜ୍ୟବସ୍ତୁ ପରିଚାଳନା ଓ ଉତ୍ସ ପରିଚାଳନା ଭଳି ୭ଟି ବିଷୟବସ୍ତୁ ଉପରେ ମୋଟ ୮୪ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସେଥି ମଧ୍ୟରୁ ୭ ଗୋଟି ପ୍ରକଳ୍ପ ରାଜ୍ୟ ସ୍ତରୀୟ ପ୍ରଦର୍ଶନୀ ନିମନ୍ତେ ଉନ୍ନୀତ ହୋଇଛନ୍ତି। ସଭା ଶେଷରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରଷ୍କୃତ କରାଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.