ସନସାଇନ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ 

ଓଡ଼ିଆ ବାର୍ତ୍ତା/ ପୁରୁଷୋତ୍ତମପୁର (ପ୍ରସନ୍ନ କୁମାର ଦାଶ): ପୁରୁଷୋତ୍ତମପୁରର କୁମାରୀ ସ୍ଥିତ ସନସାଇନ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବର ପାଳିତ ହୋଇଯାଇଛି। ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନର ସଭାପତି ପ୍ରଫୁଲ୍ଲ କୁମାର ରଥ, ତାରାତାରିଣୀ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେନ୍ଦ୍ର ନାଥ ପଣ୍ଡା, ବରିଷ୍ଟ ସହକାରୀ ଶିକ୍ଷକ ଏ. ରାଜ ଗୋପାଳ ରାଓ, ଲକ୍ଷ୍ମୀ ଚରଣ ପାଣିଗ୍ରାହୀ, ସିଆରସିସି ହେମନ୍ତ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ସୁନୀଲ କୁମାର ମହାନ୍ତିଙ୍କ ତତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ ସ୍କୁଲର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ଆଜି ଜୁନିଅର ଓ ସିନିଅର ବିଭାଗରେ ୧୦୦, ୫୦୦ ମିଟର ଦୌଡ଼ ସହ ରିଲେ ରେସ, କବାଡି, ଖୋ-ଖୋ ଓ ଲଙ୍ଗ ଜମ୍ପ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.