ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀ ମୃତ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଳକ କାଉଡୋଲା ଧାନମଣ୍ଡି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବାଇକ୍ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଲଡୁଗାଁ ଗ୍ରାମର ନିରୋଦ ଦାସଙ୍କ ପୂଅ ମନୋରଞ୍ଜନ ଦାସ(୩୦) ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ମନୋରଞ୍ଜନ ଲଡୁଗାଁରୁ ବାଇକ୍ ଯୋଗେ କୈାଣସି କାମ ପାଇଁ କୋକସରା ଅଭିମୁଖେ ଯାଉଥିଲେ। ତେବେ ୨୬ ନମ୍ବର ଜାତୀୟ ରାଜପଥର କାଉଡୋଲା ଧାନମଣ୍ଡି ନିକଟରେ ତାଙ୍କ ବାଇକକୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଥିଲା। ଦୁର୍ଘଟଣା ଫଳରେ ମନୋରଞ୍ଜନ ଛିଟିକି ଯାଇ ରାସ୍ତାରେ ପଡ଼ିଯାଇଥିଲେ। ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ପ୍ରବଳ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ସ୍ଥାନୀୟ ଲୋକେ ଆମପାଣି ପୁଲିସକୁ ଖବର ଦେବାପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ କରିବା ସହ ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ମୃତଦେହ ଉଦ୍ଧାର କରି କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ସନ୍ଧ୍ୟା ହେବାରୁ ଶବ ବ୍ୟବଚ୍ଛେଦ କରାଯାଇ ପାରି ନାହିଁ। ଏନେଇ ଆମପାଣି ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସୂଚନା ମିଳିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.