ବିଭାଜନସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ଓଡ଼ିଆ ବାର୍ତ୍ତା/ କୋକସରା (ହିରଣ୍ୟ ବେହେରା): କୋକସରା ବ୍ଲକ କୁସୁମଖୁଣ୍ଟି ସ୍ଥିତ ଉପର ଇନ୍ଦ୍ରାବତୀ ବାମ କେନାଲ ଡିଭିଜନ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅନୁଷ୍ଠିତ ହୋଇଛି। ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ ତୃପ କୁମାର ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କୋକସରା ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ରଶ୍ମିତା ନେତମ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଥିଲେ। ବୃହତ ଚାଷୀ ହର୍ଷ ପ୍ରହରାଜ, ସହକାରୀ ଯନ୍ତ୍ରୀ ସନ୍ଦୀପ କୁମାର ବାଗ, ଅରୁଣ କୁମାର ପ୍ରଧାନ, ଦିଲ୍ଲିପ ଠାକୁର, ହୃଷିକେଶ ବେହେରା, ଶୁଶାନ୍ତ କୁମାର ମାଝୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅଧିକ୍ଷଣ ଯନ୍ତ୍ରୀ ଶ୍ରୀପାତ୍ର ପାଣି ପଞ୍ଚାୟତର ଲକ୍ଷ ଓ ଉଦ୍ଦେଶ୍ୟ ଜ୍ଞାପନ କରି ଜଳ ପରିଚାଳନା କ୍ଷେତ୍ରରେ ପାଣି ପଂଚାୟତର ଗୁରୁତ୍ୱପୂର୍ଣ୍ଣ ଅବଦାନ ଉପରେ ମତକ୍ତବ୍ୟ କରିବା ସହ କୌଣସି ଅଭିଯୋଗ ଥିଲେ ସିଧାସଳଖ ଜଣାଇବା ପାଇଁ ଚାଷୀ ମାନଙ୍କୁ ଅନୁରୋଧ କରିଥିଲେ। ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେଇ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତି ବିଦ୍ୟାର୍ଥୀ ମାନଙ୍କୁ ସାର୍ଟିଫିକେଟ ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଚାଷୀ ସିମାଞ୍ଚଳ ସାହୁ, ଧର୍ମୁ ନାଏକ ଓ ନୀଳମଣି ପୁଞ୍ଜିଙ୍କୁ ଶ୍ରେଷ୍ଠ ଚାଷୀ ଭାବରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଜୟପାଟଣା, କଲମପୁର, ଜୁନାଗଡ଼, ଧର୍ମଗଡ ଓ କୋକସରା ବ୍ଳକ ସମେତ ୧୧୧ ଟି ପାଣି ପଞ୍ଚାୟତର କର୍ମକର୍ତ୍ତା ଓ ସଭ୍ୟସଭ୍ୟା ଉପସ୍ଥିତ ରହିଥିଲେ। ମଞ୍ଚକୁ ଶରତ ପଟ୍ଟନାୟକ ପରିଚାଳନା କରିଥିବା ବେଳେ ସହକାରୀ ଯନ୍ତ୍ରୀ ଆଦିତ୍ୟ ପଟ୍ଟନାୟକ, ଈଶ୍ୱର ଚନ୍ଦ୍ର ନାଏକ, କନିଷ୍ଠ ଯନ୍ତ୍ରୀ ଦୁଷ୍ମନ୍ତ ମାଝୀ ସମେତ କର୍ମଚାରୀମାନେ ସହଯୋଗ କରିଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.