ଜୟପାଟଣାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ସମିତି ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ୍ ଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏ ନେଇ ଆୟୋଜିତ କାର୍ଯ୍ୟକ୍ରମ ରେ ଧର୍ମଗଡ଼ ଉପଜିଲ୍ଲାପାଳ ଧିମାନ ଚକମା, ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ତଥା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସୁଚେତା ପାଣି, ଜିଲ୍ଲା ଶିକ୍ଷା ଅଧିକାରୀ ଶୁଶାନ୍ତ କୁମାର ଚୋପଦାର, ଜିଲ୍ଲା ଜନ ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜୟପାଟଣା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ, ତହସିଲଦାର ରଘୁନାଥ ମୁଣ୍ଡାରୀ, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଅଭିଯୋଗ ଗ୍ରହଣ କରିଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିର ରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳ ବିଦ୍ୟୁତ ବିଭାଗ କୃଷି, ଯୋଗାଣ ବିଭାଗ ସମେତ ଜଲ ଛାୟା ପ୍ରକଳ୍ପ ସମ୍ବନ୍ଧିତ ବିଭିନ୍ନ ଅଭିଯୋଗ ଆସିଥିଲା। ଜିଲ୍ଲାପାଳ ପାୱାର ସଚିନ୍ ପ୍ରକାଶ, ତୁରନ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଏହି ଅଭିଯୋଗ ର ସମାଧାନ ପାଇଁ ନିର୍ଦେଶ ଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ଶିବିର ରେ ଶୋହଳ ଜଣ ଇନ୍ଦ୍ରାବତୀ ବିସ୍ଥାପିତ ପରିବାରଙ୍କୁ ଜମିପଟ୍ଟା ବଣ୍ଟନ କରଯାଇଥିଲା।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.