ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତ୍ତକ ଓ ମୂଳ ବ୍ୟକ୍ତିତ୍ୟ। ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର। ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି। ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ। ଯୀଶୁ କହିଲେ – ମୁଁ ପଥ, ସତ୍ୟ ଓ ଜୀବନ; ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ। ପବିତ୍ର ଶାସ୍ତ୍ର ବାଇବେଲରେ ଲେଖାଯାଏ ‘କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।’