ରେଙ୍ଗାଲପାଲିରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ଅନ୍ତର୍ଗତ ରେଙ୍ଗାଲପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଅଛି। ରେଙ୍ଗାଲପାଲି ସରପଞ୍ଚ ଐଶ୍ୱର୍ଯ୍ୟ କୁମାର ଦାସଙ୍କ ସଭାପତିତ୍ବରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଜୟପାଟଣା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ମାଝୀ ଯୋଗଦେଇ ହିତାଧିକାରୀ ମାନଙ୍କର ଅଭିଯୋଗ ଶୁଣାଣୀ କରିଥିଲେ। ଏଥିରେ ରାଜସ୍ୱ, ପଶୁ ସମ୍ପଦ, କୃଷି, ପାନୀୟ ଜଳ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଯୋଗାଣ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିବା ବେଳେ ଏହି ଅଭିଯୋଗ ଶୁଣାଣୀ ଶିବିର ରେ ସର୍ବମୋଟ ୫୦ ଜଣ ହିତାଧିକାରୀ ଅଭିଯୋଗ ଆସିଥିଲା। ଏହି ଅବସରରେ ଜୟପାଟଣା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବିଷୟ ଉପସ୍ଥିତ ଜନସାଧାରଣଙ୍କୁ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ। ଆଗାମୀ ଦିନରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଘର ବୁଲି ସର୍ବେକ୍ଷଣ କରିବେ, ଜେମତି ଗୋଟିଏ ଘର ବି ବାଦ୍ ନପଡିବେ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରାଇବା ସହିତ ବିଭିନ୍ନ ଉନ୍ନୟନମୂଳକ ଯୋଜନା ବିଷୟ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମକୁ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ସା ପରିଚାଳନା କରିଥିବା ବେଳେ ଗ୍ରାମ ରୋଜଗାର ସେବକ ପୂର୍ଣ୍ଣଚନ୍ଦ୍ର ମାଝୀ, ଯୋଗାଣ ସହାୟକ ସୁରେଶ ଚନ୍ଦ୍ର ସାହୁ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.