ଓଡ଼ିଆ ବାର୍ତ୍ତା/ ଜୟପାଟଣା (ଧନେଶ୍ଵର ପୁଞ୍ଜି): ଜୟପାଟଣା ବ୍ଲକ ରେଙ୍ଗାଲପାଲି ଗ୍ରାମ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଅଛି। ରେଙ୍ଗାଲପାଲି ସରପଞ୍ଚ ଐଶ୍ୱର୍ଯ୍ୟ କୁମାର ଦାସଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୟପାଟଣା ବ୍ଲକ ଉପାଧ୍ୟକ୍ଷ ଜାନକୀ ବାଣୁଆ, ଯୋଗଦେଇ ଥିବା ବେଳେ ନାଏବ ସରପଞ୍ଚ ସମେତ ବାରଗୋଟି ୱାର୍ଡର ସଭ୍ୟ ସଭ୍ୟା ଉପସ୍ଥିତ ରହିଥିଲେ। ଗ୍ରାମ ପଞ୍ଚାୟତରୁ ଏକ ଶୋଭାଯାତ୍ରା ବାହାରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପହଞ୍ଚି ଥିବାବେଳେ ସେଠାରେ ମଶାଳକୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେପରେ ପୂଜାର୍ଚ୍ଚନା କରି ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜିତ ହୋଇଥିଲା। ଏହି ଉତ୍ସବରେ ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତା ଅଂଶ ଗ୍ରହଣ କରିଥିବା ବେଳେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ପୁରସ୍କାର ବିତରଣ କରାଯାଇଥିଲା। ରେଙ୍ଗାଲପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ସାଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ରେଙ୍ଗାଲପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ କୁମାର ନାଏକ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଗ୍ରାମ ରୋଜଗାର ସେବକ ପୂର୍ଣ୍ଣଚନ୍ଦ୍ର ମାଝୀ ଯୋଗାଣ ସହାୟକ ସୁରେଶ ଚନ୍ଦ୍ର ସାହୁ, ସହଯୋଗ କରିଥିଲେ।





