ଜଳିଗଲା ଯାତ୍ରୀବାହୀ ବସ୍‌

ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ବଳଦିଆମାଲ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତି ପ୍ରାୟ ୯ଟାରେ ଏକ ଘରୋଇ ବସ୍‌ରେ ନିଆଁ ଲାଗି ଜଳି ଯାଇଛି। ଶଟ୍‌ସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ବସ୍‌ଟି ଜୟପୁରରୁ ରାଉରକେଲା ଯାଉଥିଲା। ଖବର ପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଆରମ୍ଭ କରିଥିଲେ। ସେହିପରି ଜୁନାଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.