ଶିଶୁ ସୁରକ୍ଷା ବିଶେଷଜ୍ଞ କମିଟିର ଉପକାରାଗାର ପରିଦର୍ଶନ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଆଜି ଓଡିଶା ସରକାରଙ୍କ ଗୃହ ବିଭାଗ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି (ଶିଶୁ ସୁରକ୍ଷା) ଓ ସୁବର୍ଣ୍ଣପୁର ଜିଲ୍ଲା ଆଇନ ସେବା ପ୍ରାଧିକାରଣ ସୁବର୍ଣ୍ଣପୁର ମିଳିତ ଭାବେ ସୋନପୁର ଉପକାରାଗାର ପରିଦର୍ଶନ କରିଛନ୍ତି। ଜିଲ୍ଲା ଆଇନ ସେବା ପ୍ରାଧିକରଣ ସମ୍ପାଦିକା କୁମୁଦିନୀ ମୁଦୁଲିଙ୍କ ତତ୍ତ୍ଵବଧାନରେ କମିଟିର ସଦସ୍ୟ ପ୍ରଫେସର ନୀଳାମ୍ବର ଶତପଥୀ, ଶ୍ରୀ ହେମନ୍ତ କୁମାର ସା ଓ ଜିଲ୍ଲା ଶିଶୁ ସୁରକ୍ଷା, ସୁବର୍ଣ୍ଣପୁରର ଆଇନ ଅଧିକାରୀ ଶ୍ରୀ କେଶବ ଚନ୍ଦ୍ର ମେହେର ପ୍ରମୁଖ ଉପକାରାଗାର କୁ ଯାଇ ଅନ୍ତେବାସୀ ଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ କୌଣସି ମାମଲାରେ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ କାରାଗାରରେ ଥିବା ଅନ୍ୟ କଏଦୀଙ୍କ ସହିତ ରହୁଛନ୍ତି କି ନାହିଁ କମିଟି ପକ୍ଷରୁ ଯାଞ୍ଚ କରିଥିଲେ। କିନ୍ତୁ କୌଣସି ଶିଶୁ ଆଇନ ସହ ଦ୍ବନ୍ଦରେ ଥିବା ଶିଶୁ ପାଇ ନ ଥିଲେ। ଉକ୍ତ ପରିଦର୍ଶନ ସମୟରେ କାରାଗାରର ଅଧକ୍ଷ ଶ୍ରୀ ଦିଲେଶ୍ଵର ଜେନା କମିଟିକୁ ସହଯୋଗ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.