ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ସୋନପୁର ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷା ଶ୍ରୀମତୀ ନଳିନୀ ପ୍ରଭା ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଏନଏସଏସ ର ପ୍ରୋଗ୍ରାମ ଅଫିସର୍ ଅନୁପମା ମିଶ୍ର ସ୍ଵାଗତ ଭାଷଣ ପ୍ରଦାନ୍ କରିଥିଲେ। ସ୍ବାମୀ ବିବେକା ନନ୍ଦ ଯୁବ ସମାଜକୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ ଏବଂ ତାଙ୍କ ଜନ୍ମ ଦିବସକୁ ଜାତୀୟ ଯୁବ ଦିବସ ଭାବେ ପାଳନ କରାଯାଉଛି ବୋଲି ଅଧ୍ୟକ୍ଷା ଶ୍ରୀମତୀ ପଧାନ ଛାତ୍ରୀ ମାନଙ୍କୁ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ ଏନଏସଏସ ର ପ୍ରାକ୍ତନ ପ୍ରୋଗ୍ରାମ ଅଫିସର ସରସ୍ଵତୀ ଦାସ ଙ୍କ ସମେତ ଅନ୍ୟାନ୍ୟ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ। ଶେଷରେ ରେଡକ୍ରସ ର କାଉନ୍ସିଲର ସୌଦାମିନୀ ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ।