ଉଲୁଣ୍ଡା ବ୍ଲକ ସ୍ତରୀୟ ପରାମର୍ଶ ଶିବିର, ଯୋଗଦେଲେ ୨୩୮ ଜଣ ଯୁବକ ଯୁବତୀ

ଓଡିଆ ବାର୍ତ୍ତା/ ସୁବର୍ଣ୍ଣପୁର (ରାଜ କିଶୋର ତ୍ରିପାଠୀ): ଜିଲ୍ଲା ପ୍ରସାଶନ ଓ ଜିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ବ୍ଲକ ପରିସରରେ ଜିଲ୍ଲା ଦକ୍ଷତା ବିକାଶ ଏବଂ ନିୟୋଜନ ଅଧିକାରୀ ସଞ୍ଜୁ କୁମାରୀ ସାହୁଙ୍କ ଅଧ୍ଯକ୍ଷତାରେ ଯୁବକ ଓ ଯୁବତୀ ମାନଙ୍କୁ ସ୍ବାବଲମ୍ବୀ କରିବା ନିମନ୍ତେ ଉଲୁଣ୍ଡା ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସେଫଏଜୁକେଟ ଲର୍ନିଙ୍ଗ ପ୍ରା. ଲିମିଟେଡ଼, ଆଵି ୱେଷ୍ଟ ସର୍ଭିସେସ ଲିମିଟେଡ଼ ବ୍ଲାକ ପାନ୍ଥର, ଏନସିଏଟି ସ୍କିଲ ଇଣ୍ଡିଆ, ଏସଆଇଏଚଏମ ବଲାଙ୍ଗୀର, ଏସବିଆରଏସଇଟିଆଇ, ସରକାରୀ ଆଇଟିଆଇ ଏବଂ ସରକାରୀ ପୋଲିଟେକନିକ ସୁବର୍ଣ୍ଣପୁର ପ୍ରଭୁତି ବିଭିନ୍ନ ତାଲିମ ପ୍ରଦାନକାରୀ ସଂସ୍ଥା ଯୋଗଦାନ କରି ଶିବିରରେ ଯୁବକ ଯୁବତୀଙ୍କୁ ପରାମର୍ଶ ପ୍ରଦାନ କରିଥିଲେ। ଏହି ଶିବିରରେ ଉଲୁଣ୍ଡା ବ୍ଲକ ଅଂଚଳର ୨୩୮ ଜଣ ଯୁବକ ଓ ଯୁବତୀ ଅଂଶଗ୍ରହଣ କରି ଉପସ୍ଥିତ ତାଲିମ ପ୍ରଦାନକାରୀ ସଂସ୍ଥା ଠାରୁ ପରାମର୍ଶ ନେଇଥିଲେ।

Omkar Vasthu
Omkar Vasthu

Pearl dental clinic
Near Ashish Medical Store, Bhawanipatna

Udyog Nursery
Udyogi Nursery
Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.