ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ଲିଙ୍ଗରାଜ ମିଶ୍ର): ନର୍ଲା ବ୍ଲକର ଘଣ୍ଟମାଲ ଉ.ପ୍ରା. ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ସୂର୍ଯ୍ୟଦେବ ବାଗ ମୁଖ୍ୟ ଅତିଥି ଏବଂ ବିଘ୍ନେଶ୍ୱର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲଲିତ ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦ୍ଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ତ୍ରିବିକ୍ରମ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଛାତ୍ରଛାତ୍ରୀ ମାନେ ଶ୍ରୀ ସିଦ୍ଧେଶ୍ୱର ମନ୍ଦିରରୁ ମଶାଲ ଶୋଭାଯାତ୍ରାରେ ଆସି ବିଦ୍ୟାଳୟରେ ପହଞ୍ଚି ଥିଲେ। ସେଠାରେ ଗଣପତିଙ୍କର ପୂଜନ ପରେ କ୍ରୀଡା ଉତ୍ସବ ଆରମ୍ଭ ହୋଇଥିଲା। ବିଦ୍ୟାଳୟର ଶିକ୍ଷୟତ୍ରୀ ଅମ୍ବିକା ପଣ୍ଡା, ରେଖା ଖଇତାନ, ଗୁଣ୍ଡିଚା ରାଣୀ ବାଡତ୍ୟା, ଜୟଶ୍ରୀ ଗୋଚ୍ଛାୟତ ପ୍ରମୁଖ କ୍ରୀଡ଼ା ପରିଚାଳନରେ ସହଯୋଗ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।