ଲାଞ୍ଜିଗଡ଼ରୋଡ଼ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଓଡ଼ିଆ ବାର୍ତ୍ତା/ କଳାହାଣ୍ଡି (ନିଲେଶ କୁମାର ନାଗ): ଲାଞ୍ଜିଗଡ଼ ବ୍ଲକ ଅଧିନସ୍ଥ ଲାଞ୍ଜିଗଡରୋଡ଼ ପଞ୍ଚାୟତ ସ୍ଥିତ ଲାଞ୍ଜିଗଡ଼ରୋଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଅରୁଣ କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇ ଥିବାବେଳେ ମୁଖ୍ୟ ବକ୍ତା ଭାବେ ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର ଯୋଗଦେଇଥିଲେ।

ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ଅଞ୍ଜଳି ମାଝୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଢଳ ଦେବ ମୁଣ୍ଡ , ଲାଞ୍ଜିଗଡରୋଡ଼ ସରପଞ୍ଚ ସୁଶ୍ରୀ ମମତା ଶବର, ସମିତି ସଭ୍ୟ ମୁକ୍ତା ଭୋଇ, ବିଦ୍ୟାଳୟ ପରିଚାଳନା ସଭାପତି ଚନ୍ଦ୍ର ଶେଖର ମହାପାତ୍ର, ସମାଜସେବୀ ହରିଶଙ୍କର ପାତ୍ର ପ୍ରମୁଖ ଯୋଗଦେଇ ଥିଲେ। ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ।

ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଚିନ୍ତାଢା ରବି ଓ କରିସ୍ମା ଦାସ ମଞ୍ଚ ପରିଚାଳନା କରିଥିବା ବେଳେ ସୁରଜ ଦାସ, ସୁନିତା ଦେବୀ ରାୟ,ଓଲେପୀ ଦିବାକର ରତ୍ନମଣି ସାହୁ, ଲକ୍ଷ୍ମୀ କାନ୍ତ ଦାସ, ମହାଦେବ ଗଉଡ, ସନ୍ତୋଷ କୁମାର ସାହୁଙ୍କ ସମେତ ଗଜରାଜପୁର ମାଁ ମଙ୍ଗଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ମାନେ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିବା ବେଳେ ସଂସ୍କୃତ ଶିକ୍ଷକ ଲକ୍ଷ୍ମୀକାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.