ଓଡ଼ିଆ ବାର୍ତ୍ତା/ ଜୁନାଗଡ଼ (ସ୍ବାସ୍ତିଦୀପ ଆଦିତ୍ୟ): ଭବାନିପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ର ଡିଗ୍ରୀ କ୍ୟାମ୍ପସ ଠାରେ ଅତ୍ୟନ୍ତ ହର୍ଷ ଉଲ୍ଲାସର ସହ ମା’ ସରସ୍ଵତୀଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ସରସ୍ଵତୀ +୩ ବିଜ୍ଞାନ ବିଭାଗ ଅଧ୍ୟକ୍ଷ ଡ଼. ଆଦିତ୍ୟ ପଟ୍ଟନାୟକଙ୍କ ସମେତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ପୂଜାରେ ସରସ୍ଵତୀ ଇନଷ୍ଟିଚ୍ୟୁଟ ଅଫ ଆଇ.ଟି.ଏଣ୍ଡ୍ ମ୍ୟାନେଜ୍ମେଣ୍ଟ୍ ଅଧ୍ୟକ୍ଷ ଡ଼. ସୁଦିପ୍ତ ଜାନା ପୂଜା କର୍ତ୍ତା ଭାବେ ନିଜର ଦାୟିତ୍ଵ ତୁଲାଇଥିଲେ । ପୂଜାରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଦେବୀ ସରସ୍ୱତୀଙ୍କ ପୂଜା କରିବାସହ ଆଶିର୍ବାଦ କାମନା କରିଥିଲେ । ଏଠାରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଅଭିଭାବକ ମାନଙ୍କ ପାଇଁ ପ୍ରସାଦ ସେବନ ହୋଇଥିଲା । ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ପୂଜା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।